Regd. No: OD-12-0027005
ଜନତା ର ସ୍ବର , ଆମର କର୍ତ୍ତବ୍ୟ
bikramodishanews.com
ଭୁବନେଶ୍ବର, 02/05/2025, ବିକ୍ରମ ଓଡ଼ିଶା ନିୟୁଜ: ଦୀଘା ମନ୍ଦିର ବିବାଦକୁ ନେଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ କହିଲେ, ‘ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ

ଭୁବନେଶ୍ବର:(ସମୀର ରଞ୍ଜନ ନାୟକ) ପଶ୍ଚିମବଙ୍ଗର ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ଉଠିଥିବା ବିବାଦ ଭିତରେ ଏବେ ମୁହଁ ଖୋଲିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କନକବର୍ଦ୍ଧନ ସିଂହଦେଓ ସମଗ୍ର ଭାରତବର୍ଷରେ ଚାରିଧାମ ରହିଛି। ସବୁଧାମରେ ଜଣେ ଜଣେ ଶଙ୍କରାଚାର୍ଯ୍ୟ ଅଛନ୍ତି। ପଶ୍ଚିମବଙ୍ଗର ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ କିଛି ସମସ୍ୟା ନାହିଁ। ହେଲେ ତାକୁ ଜଗନ୍ନାଥ ଧାମ କୁହାଯାଇପାରିବନି। ଜଗନ୍ନାଥ ଧାମ କହିଲେ ପୁରୀକୁ ବୁଝାଏ। ଏବିଷୟରେ ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି। ଯାହା ପଦକ୍ଷେପ ନେବା କଥା ସେ ନେବେ, ଅପେକ୍ଷା କରନ୍ତୁ।ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗ । ମୁହଁ ଖୋଲିଲେ ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର । ମମତା ବାନାର୍ଜୀ ମୋର ଜଣେ ଶିଷ୍ୟ । ମୋତେ ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ ମମତା ବାନାର୍ଜୀ । ତିଥି ଅନୁସାରେ ପୂଜାର୍ଚ୍ଚନା ପାଇଁ କହିଥିଲି' । ନିମ୍ବ କାଠରେ ମୂର୍ତ୍ତି ପ୍ରତିଷ୍ଠା କରାଯାଇଛି' । ମୁଁ ନିଜେ ପୁରୀରୁ ନିମ୍ବ କାଠ ନେଇ ଯାଇଥିଲି' । ବ୍ରହ୍ମର ଏକମାତ୍ର ସ୍ଥାନ ପୁରୀରେ ରହିଛି' । 'ବ୍ରହ୍ମ ସ୍ଥାପନ ନେଇ କୌଣସି ସ୍ଥାନରେ କହିନାହିଁ' । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ' ।