Ads Left
Ads Right
Regd. No: OD-12-0027005
ଜନତା ର ସ୍ବର , ଆମର କର୍ତ୍ତବ୍ୟ
bikramodishanews.com

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର. 2

ରାଇରଙ୍ଗପୁର, 14/05/2025, ବିକ୍ରମ ଓଡ଼ିଶା ନିୟୁଜ: ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର.
Article Image
ମୋଟ ୪୬ ଟି ଅଭିଯୋଗର ହେଲା ଶୁଣାଣୀ.
Article Image
ରାଇରଙ୍ଗପୁର :ତା ୧୪-୦୫-୨୦୨୫ ରିଖ
Article Image
ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି।ରାଇରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଶ୍ରୀ ଯଦୁନାଥ ଜେନା ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ, ରାଇରଙ୍ଗପୁର ଶ୍ରୀ ଗୋକୁଳାନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ .ପ୍ରାରମ୍ଭ ରେ ଉପଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୪୬ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୩୯ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୦୭ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ୪ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା।ଆପତ୍ତି ଅଭିଯୋଗ ଗୁଡିକର ଶୁଣାଣି କରି ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଉପଜିଲ୍ଲାପାଳ ନିର୍ଦେଶ ଦେଇଥିଲେ.ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀଗଣ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା. ମୟୂରଭଞ୍ଜ ରାଇରଙ୍ଗପୁର ରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ