Regd. No: OD-12-0027005
ଜନତା ର ସ୍ବର , ଆମର କର୍ତ୍ତବ୍ୟ
bikramodishanews.com
ଭୁବନେଶ୍ୱର, 29/04/2025, ବିକ୍ରମ ଓଡ଼ିଶା ନିୟୁଜ: ଓଡ଼ିଶାରେ ପାକିସ୍ତାନୀ, ବାଂଲାଦେଶୀ ହାତେଇଛନ୍ତି ରାସନ୍ କାର୍ଡ, ଚିହ୍ନଟ କରି ନାଁ କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି : ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ )ଭୁବନେଶ୍ବର: ଓଡ଼ିଶାରେ ପାକିସ୍ଥାନୀ, ବାଲାଂଦେଶୀ,ମିଆଁମାରର ନାଗରିକ ବସବାସ କରିବା ସହିତ ରାସନ କାର୍ଡ ହାତେଇଛନ୍ତି । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି। ସେମାନଙ୍କୁ ଖୁବଶୀଘ୍ର ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏସବୁ ବିଦେଶୀ ନାଗରିକଙ୍କ ରାସନ କାର୍ଡ କଟାଯିବ।ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାସନ କାର୍ଡ ପାଇଥିବା ବିଦେଶୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ସମସ୍ତ ଜିଲ୍ଲାପାଳଙ୍କୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡ ତାଲିକାରୁ ନାମ କାଟିବାକୁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି ।